ଦୈନିକ ରାଶିଫଳ: 14 ମଇ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସହକର୍ମୀ ମାନଙ୍କର ସହଯୋଗ ପାଇ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମକାର୍ଯ୍ୟ କରି ପଦୋନ୍ନତି ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ଫଳରେ ଉତ୍ସାହିତ ହେବେ। ଅଚାନକ ଧନପ୍ରାପ୍ତି, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଜନ କଲ୍ୟାଣ କାର୍ଯ୍ୟ ଇଛାନୁସାରେ ସମ୍ପନ୍ନ କରିବେ। କାର୍ଯ୍ୟକ୍ଷେତ୍ରରେ ନିଜର ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ମିଳିବ। ଭାରସାମ୍ୟ ରକ୍ଷାକରି ଜଟିଳ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ପାଳନ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସାହିତ୍ୟ, କଳାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରେମପ୍ରସଙ୍ଗରେ ମାନସିକ ଶାନ୍ତି ମିଳିବ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବାଯୋଗେ କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ସହଜରେ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବାସହ ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନ ପାଇବେ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ଶତୃମାନେ ପରାଜିତ ହେବେ ଓ ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଶତ୍ରୁବାଧା ଦୂରେଇ ଯାଇ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବା ସହ ଋଣ ଭରଣାରେ ସହଜ ହେବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବାସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବ। ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ ଓ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ କଷ୍ଟରେ ସାଧିତ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିଲେ ସମସ୍ତ କ୍ଷେତ୍ରରେ ରକ୍ଷା ପାଇବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା କରିବା ଠିକ୍ ହେବ ନାହିଁ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମାଜ ସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବାସହ କ୍ୟାରିୟରକୁ ନେଇ ମନ ଖୁସି ରହିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!