ଦୈନିକ ରାଶିଫଳ: 16 ଜୁନ 2025, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ମନାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। କର୍ମକ୍ଷେତ୍ରରେ ଯୋଗ୍ୟତାର ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଯେକୌଣସି କାର୍ଯ୍ୟରେ ହାତ ଦେବେ ସଫଳତା ମିଳିବ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଗଛିତ ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କତା ଅବଲମ୍ବନ କରନ୍ତୁ। ନୂତନ ବାହନଆଦି କ୍ରୟ ନକରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ସିଂହ:-ପାରିବାରିକ ଦ୍ୱନ୍ଦର ଅବସାନ ହୋଇ ପାରେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଶୁଭ ସମାଚାର ମିଳିବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ କରି ପାରନ୍ତି। ଅସହାୟ ଓ ବୃଦ୍ଧ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡି ପାରେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣକାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ପରିଶ୍ରମ ଓ ମେହନତର ପରିଣାମ ମିଳିବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଶତ୍ରୁମାନେ ମିତ୍ରବତ୍ କାର୍ଯ୍ୟ କରିବେ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସୁଖ, ସମ୍ପତ୍ତି ଲାଭ ହେବ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପ୍ରତିକାର-ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

ଧନୁ:-ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ନୂଆ ସମ୍ପର୍କରେ ଉନ୍ନତି ହେବା ସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ ବିକ୍ରୟ ନକରିବା ଉଚିତ୍। ହସଖୁସିରେ ସମୟ ବିତାଇବେ। ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ଉଚ୍ଚ ଆଶାରେ ଆଗେଇବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପେଶା, ଭାଗୀଦାରିବ୍ୟବସାୟ ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆୟ ବୃଦ୍ଧିହେବ। ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରନ୍ତି। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!