ମେଷ:-ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ସହ ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ବୃଷ:-ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ନିଜ ଚେଷ୍ଟାରେ ସାମାନ୍ୟ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଶତୃମାନେ ଦୂରେଇଯିବେ। ରାଜନୀତି କ୍ଷେତ୍ରରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
କର୍କଟ:-ସମାଜସେବା ଏବଂ ପରୋପକାର କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହୋଇଯିବ। ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। ରାଜନୀତି କ୍ଷେତ୍ରରେ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକ ମାନଙ୍କ ନିକଟରେ ମାନସମ୍ମାନ, ପ୍ରତିଷ୍ଠା, ପ୍ରତିପ୍ରତ୍ତି ବୃଦ୍ଧି ପାଇବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର-ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
କନ୍ୟା:-ଶାରୀରିକ କଷ୍ଟ ଦୂର ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ଉଚ୍ଚବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବିଚ୍ଛା:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଅନେକ ଦିଗରୁ ଧନର ଆଗମନ ହୋଇ ପାରେ। ଗୃହବାହନ ପ୍ରାପ୍ତି ଓ ଉଚ୍ଚଆଶା ସଫଳ ହେବ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସହକର୍ମୀମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଶତ୍ରୁହାନୀ, ସହଯୋଗପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣପ୍ରାପ୍ତି, ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ରାଜନୀତିକ୍ଷେତ୍ରରେ କର୍ମତତ୍ପର ଯୋଗେ କୃତକାର୍ଯ୍ୟ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ବ୍ୟବସାୟ ବଢାଇବାରେ ସମର୍ଥ ହେବା ସହ ବେସୀ ଉପକୃତ ହେବେ। ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।