ମେଷ:-ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ବୃଷ:-ଶୁଭ ସମ୍ବାଦପାଇ ଖୁସିହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ସୁଖ ସମ୍ପଦ ପ୍ରାପ୍ତି ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଅର୍ଥଲାଭର ମାର୍ଗ ଖୋଲି ଯିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶିଯିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ଓ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ କୃତକାର୍ଯ୍ୟ ହୋଇ ଆନନ୍ଦିତ ହେବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସାବଧାନତାର ସହ କାର୍ଯ୍ୟ ନକଲେ ଯେତେ ଶୀଘ୍ର ଆଶାକରୁଥିବେ ସେତେ ବିଳମ୍ବ ହୋଇଯିବ। ବାଣିଜ୍ୟ ବ୍ୟବସାୟରେ ଆଶାନୁରୂପ ଲାଭ ପାଇବେ। ଆଚାର ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଜି ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ସାମାଜିକ ପତିଆରା ଅମଳିନ ରହିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
ମକର:-ସାମାଜିକ ପତିଆରା ଅମଳିନ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମୀନ:-ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ ଓ ସନ୍ତାନ ଯୋଗେ ଆନନ୍ଦିତ ହେବେ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।