ଦୈନିକ ରାଶିଫଳ: 16 ମଇ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାହିତ୍ୟ, କଳାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରେମପ୍ରସଙ୍ଗରେ ମାନସିକ ଶାନ୍ତି ମିଳିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ସକଳ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜାଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଶତ୍ରୁବାଧା ଦୂରେଇ ଯାଇ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବା ସହ ଋଣ ଭରଣାରେ ସହଜ ହେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। ଅଚାନକ ଧନପ୍ରାପ୍ତି, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ଫଳରେ ଉତ୍ସାହିତ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। କାର୍ଯ୍ୟକ୍ଷେତ୍ରରେ ନିଜର ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ମିଳିବ। ଛାତ୍ରଛାତ୍ରୀ ମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ପାଳନ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଜନ କଲ୍ୟାଣ କାର୍ଯ୍ୟ ଇଛାନୁସାରେ ସମ୍ପନ୍ନ କରିବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବାସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚଆଶା ପୂରଣ ହୋଇ ଶତ୍ରୁନାଶ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବକେୟା ଅର୍ଥ ଆଦାୟ ହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଭାରସାମ୍ୟ ରକ୍ଷାକରି ଜଟିଳ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନ ପାଇବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ଅଫିସରେ ଟେନସନ ଦୂର ହେବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବାପାଇଁ ଚେଷ୍ଟାକରି ସଫଳତା ପାଇବେ। ନିଜ ପରିଶ୍ରମରେ ସଫଳତା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇପାରନ୍ତି। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରିପାରନ୍ତି। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ଯଶ କୀର୍ତ୍ତିରେ ଉନ୍ନତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଅଚାନକ ଭାବରେ ଦୂରଯାତ୍ରା କରିବେ। କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ଶତ୍ରୁନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ଉଚ୍ଚାଧିକାରୀ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!