ଦୈନିକ ରାଶିଫଳ: 16 ସେପ୍ଟେମ୍ବର 2025, ମା ମଙ୍ଗଳାଙ୍କ କୃପାରୁ ଏହି 4 ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଗୃହୋପକରଣ କ୍ରୟ କରି ପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତିରେ କୃତକାର୍ଯ୍ୟ ହେବେ। ପରିବାର ସମସ୍ୟା ସମାଧାନ ହୋଇଯିବ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ସୁଖ ସମୃଦ୍ଧି ବୃଦ୍ଧିହେବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇ ପାରନ୍ତି। ମାନହାନୀର ସମ୍ଭାବନା ଅଧିକ। ନୂତନ କାର୍ଯ୍ୟରେ ହାତ ଦେଲେ ବିଫଳ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବାସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ରାଜନୀତି କ୍ଷେତ୍ରରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାର ସମାଧାନ କରି ପାରନ୍ତି। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ପାଖରେ ଥିବା ସାଥୀ, ବନ୍ଧୁ, ପ୍ରିୟଜନ ଓ ସହକର୍ମୀ ମାନଙ୍କ ଆର୍ଥିକ ସାହାଯ୍ୟ ସହଯୋଗ ଦ୍ଵାରା ବିଶେଷ ଲାଭବାନ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ସାଂସାରିକ ଜୀବନ ସୁଖମୟ ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନଯୋଗ ଦେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ବ୍ୟୟ ଅପେକ୍ଷା ଆୟ ଅଧିକ ହେବ ଓ ନୂତନ ସଂସ୍ଥାର ଆୟୋଜନ କରିବେ। ମାଲିମୋକଦ୍ଦମାରେ ବିଜୟ ହେବାସହ, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟୀମାନେ ବିଶେଷ ଲାଭବାନ ହେବା ସହ ଆର୍ଥିକ ଉନ୍ନତି ଓ ମାନ ସମ୍ମାନ ବୃଦ୍ଧି ହେବ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଅଧା ହୋଇ ପଡ଼ିଥିବା କାର୍ଯ୍ୟକୁ ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

ତୁଳା:-ପିଲାମାନେ ମାଆ ବାପାଙ୍କ ଆଦେଶ ପାଳନ କରିବେ। ରିଅଲ୍ ଇଷ୍ଟେଟ୍ ସମ୍ବନ୍ଧୀୟ ବ୍ୟବସାୟରେ ଅତ୍ୟଧିକ ଲାଭ ହେବ। ବୁଦ୍ଧିମାନ ଲୋକଙ୍କଠାରୁ ମାର୍ଗଦର୍ଶନ ନେବାକୁ ସୁଯୋଗ ପାଇବେ। ଶରୀରରେ କୌଣସି ଅସୁବିଧା କିମ୍ବା ଦୁର୍ବଳତା ଅନୁଭବ କରୁଥିଲେ ଡାକ୍ତରୀ ପରାମର୍ଶ ନିଅନ୍ତୁ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶରୀର ସୁସ୍ଥ ରହିବ ଓ ଉଚ୍ଚ ଆଶାରେ ଆଗେଇବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବାସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନୂତନପନ୍ଥା ଅନୁସରଣ କରି ପାରନ୍ତି। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ପ୍ରୟାସରତ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ