ଦୈନିକ ରାଶିଫଳ: 17 ଅଗଷ୍ଟ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ଆଦାୟ କରି ପାରିବେ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପୁରାତନରୋଗରୁ ଉପଶମ ମିଳିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ଉଚ୍ଚ ପଦପଦବୀରେ ଅଧିଷ୍ଠିତ ହେ ବା ଫଳରେ ମାନସିକ ସ୍ଥିରତା ଦେଖାଦେବ। ଦୀର୍ଘଦିନର ଆଶା ପୂରଣ ହୋଇ ଅତି ଉତ୍ତମ ଫଳ ଭୋଗିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବାସହ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କିନ୍ତୁ ଆତ୍ମୀୟମାନେ ଭିତରେ ଚେର କାଟିବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦେଖାଦେବାସହ ଦାମ୍ପତ୍ୟ କଳହ ସୃଷ୍ଟି ହୋଇପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଲାଭପାଇବା ସହ ଲୋକ ସମ୍ପର୍କ ବୃଦ୍ଧି ପାଇବ। ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ବିଦ୍ୟାରେ ଉନ୍ନତି ହେବ ଓ ମନ ଖୁସି ରହିବ। ଖାଦ୍ୟପେୟର ବ୍ୟତିକ୍ରମ ଯୋଗେ ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ଉଦରପୀଡ଼ା, ରକ୍ତଚାପ ଓ ପୁରାତନ ରୋଗର ପ୍ରଭାବ ବୃଦ୍ଧିପାଇବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ଆତ୍ମୀୟ ଶତ୍ରୁତା, ଗୃହ, ଜାଗା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନକରିବେ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ସମୟ ଭୋଗ ହେବ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧିହେବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ମକର:-ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସ୍ଥିତି ସୁଧିରିଯିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ନିଜର ଆତ୍ମବିଶ୍ୱାସ ପୂର୍ବ ଅପେକ୍ଷା ଅଧିକ ଶକ୍ତିଶାଳୀ ହେବାସହ ବ୍ୟବସାୟରେ ବଡ ଧରଣର ଆର୍ଥିକ ସଫଳତା ପାଇପାରିବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ନୂତନକର୍ମ ପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!