ଦୈନିକ ରାଶିଫଳ: 17 ଏପ୍ରିଲ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ପ୍ରେମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳି ଯିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-କଳା ଜଗତ ସହିତ ଜଡିତ ଲୋକମାନେ ଏକ ବଡ଼ ପ୍ଲାଟଫର୍ମ ପାଇପାରିବେ। ପ୍ରେମୀକ ପ୍ରେମିକାମାନେ ସେମାନଙ୍କର ଅସନ୍ତୋଷ ଦୂର କରିବା ପାଇଁ ଉପହାର ଦେଇ ଶାନ୍ତିପାଇବେ। ଯେକୌଣସି ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରି ସମ୍ମାନିତ ହେବେ। ନିଜର ସୌନ୍ଦର୍ଯ୍ୟ ଏବଂ ବ୍ୟକ୍ତିତ୍ୱ କୁ ନେଇ ପ୍ରଶଂସିତ ହେବେ। ଉପରିସ୍ଥଙ୍କ କୃପାଭାଜନ ହେବେ କିନ୍ତୁ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ। ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ଜୀବନ ସୁଖରେ କଟିବ। ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ। ମାନସିକ ସୁସ୍ଥତା ଅନୁଭବ କରିବେ। ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସି ହେବେ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବା ସହ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଯୋଗେ ମନ ଆନନ୍ଦ ରହିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-ବ୍ୟବସାୟୀମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ଟାଣିହୋଇ ଯିବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ। ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇ ଧନସମ୍ପତ୍ତି ବୃଦ୍ଧି ପାଇବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଜାଗା, ଜମି, ଗୃହ, ବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ। ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ ସାହାଯ୍ୟ ପାଇବାକୁ ଚେଷ୍ଟା କରିବେ। ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ। ବାସଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ। ଦୂରଯାତ୍ରାରେ ସଫଳତା ମିଳିବ। ଶୁଭସୂଚନା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!