ଦୈନିକ ରାଶିଫଳ: 17 ଜୁଲାଇ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ଧନ ସମ୍ବନ୍ଧିତ ସମସ୍ଯା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ କର୍ମଚାରୀମାନେ ପ୍ରଶଂସିତ ହେବେ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରି ପାରିବେ ନାହିଁ। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କାରବାରରେ ଲାଭ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଟିମ୍ ୱାର୍କ, ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିପାରେ। ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ମାନସିକତାରେ ପରିବର୍ତ୍ତନ ହେବ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ଅଚାନକ ପରିଣାମରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ଉଚ୍ଚଆଶା ସଫଳ ହେବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଅଶାନ୍ତିର ଝଡ ଶାନ୍ତ ହେବ। ଆୟ ଉତ୍ତମ ହେବା ସହ କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ଶରୀର ସୁସ୍ଥ ରହିବାସହ ଆର୍ଥିକ ଦିଗରୁ ସୁବିଧା ପାଇବେ। ନିଜର ବୁଦ୍ଧି ଓ ବିବେକ ଦ୍ଵାରା ସମସ୍ତ ସମସ୍ୟା ସମାଧାନ କରିପାରିବେ। ଆତ୍ମବିଶ୍ଵାସ ଓ ମନବଳ ଦ୍ଵାରା ବହୁତ ଆଗକୁ ବଢି ପାରିବେ। ଉଧାର ଦେଇଥିବା ଟଙ୍କା ମିଳିଯିବ। ଭଲ କାର୍ଯ୍ୟ କରି ଆଶା ଆକାଂକ୍ଷାକୁ ପୂର୍ଣ୍ଣ କରି ପାରିବେ। କାମକାର୍ଯ୍ୟର ସ୍ଥିତି ସୁଧାର ହେବ ତେଣୁ ମନ ବହୁତ ହର୍ଷିତ ପ୍ରସନ୍ନ ଚିତ୍ତ ରହିବ। ସୁନ୍ଦର ବସ୍ତୁପ୍ରତି ଆକର୍ଷିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ ଓ ଆୟରସ୍ରୋତ ଖୋଲିଯିବ। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତି ହେବ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବିଚ୍ଛା:-ନୂତନ ବନ୍ଧୁଙ୍କ ଆଗମନ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପାଇବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ମିଳି ପାରିବ। କୌଣସି ନୂତନ କର୍ମର ଆୟୋଜନ କରିପାରିବେ। ଶୁଭ ସମାଚାର ଶୁଣି ସ୍ଵାସ୍ଥ୍ୟରେ ସୁଧାର ଆସିବ। ହସଖୁସିରେ ସମୟ ବିତେଇବେ। କୌଣସି ନୂତନ ପ୍ରୋଜେକ୍ଟ ଆରମ୍ଭ କରି ପାରନ୍ତି। ଭବିଷ୍ୟ ଯୋଜନାରେ ଖୁସି ରହିବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବା ଯୋଗେ ନୂତନ ରୋଜଗାର ମିଳିବାର ଉପଯୁକ୍ତ ରାସ୍ତା ପାଇବେ। ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ମକର:-ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବଡ ବଡ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବ। ଘରର କୌଣସି ନୂତନ ବସ୍ତୁ କ୍ରୟ କରି ପାରିବେ। ପାରିବାରିକ ସ୍ଥିତି ବଦଳିବା ଯୋଗେ ହସ ଖୁସିରେ ସମୟ ବ୍ୟତୀତ ହେବ। କୌଣସିଠାରୁ ଶୁଭ ସମାଚାର ଶୁଣି ମନ ଉତ୍ସୁକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶ୍ରମ ସାର୍ଥକ ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଜ୍ୟୋତିଷ, କଳା, ସଙ୍ଗୀତ, ଧର୍ମସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ଅଧ୍ୟାପନ ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ମିଳିବ। ମିଳିମିଶି କାମ କରି ପାରିଲେ କଷ୍ଟ ଦୂର ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। କ୍ରୋଧକୁ ଦମନ କରି ପାରିଲେ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଶିକ୍ଷାକ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। କର୍ମକ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ସରକାରୀ କାମରେ ସଫଳତା ମିଳିବ। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ପରିଶ୍ରମରେ ସୁଖ ପ୍ରାପ୍ତି ହେବ। ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!