ଦୈନିକ ରାଶିଫଳ: 17 ନଭେମ୍ବର 2023, ଗୁରୁବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ।ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାର ସମାଧାନ ହୋଇ ମାଆବାପା, ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ଅଚାନକ ଭାବରେ ସ୍ଵାସ୍ଥ୍ୟରେ ସୁଧାର ଆସିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ରାଜନୀତି କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କର୍କଟ:-ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଶତୃମାନଙ୍କୁ ମୁକାବିଲା କରି ପାରିବେ। ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ ଓ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବିରୋଧୀମାନେ ପରାସ୍ତ ହେବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ବିଦ୍ୟାସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଅନେକ ଦିଗରୁ ଖୁସି ମିଳିବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ସମୟ ବିତେଇଲେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:- ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଅନୁଭବ କରିବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିବେ। ସ୍ୱାସ୍ଥ୍ୟ ପାଇଁ ଅଧିକରୁ ଅଧିକ ସତର୍କ ରହିବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ବେପରୁଆ କାର୍ଯ୍ୟ କଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବା ସହ ମାନହାନୀ ହୋଇପାରେ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:- ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବନ୍ଧୁବାନ୍ଧବ ମାନଙ୍କ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସୁଖଶାନ୍ତି ଲାଭ ହେବା ସହ ଆତ୍ମୀୟବର୍ଗରେ ଉନ୍ନତି ହେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବାସହ କ୍ଷୟକ୍ଷତି ଘଟିବାର ଆଶଙ୍କା ଅଛି। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ରାଜନୈତିକ କ୍ଷେତ୍ରରେ ଟାଣୁଆନେତା, ପୁରୁଖାନେତାଙ୍କ ପାଇଁ ଆଶା ଉଜ୍ଵଳ ହେବାର ଦେଖାଦେବ। ପରିବାରରେ ସମୟ ବିତେଇ ପାରିଲେ ସନ୍ତାନ ଓ ଭାଇମାନଙ୍କ ଠାରୁ ଲାଭ ମିଳିବ। ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ପରିବାରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ପାରନ୍ତି। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶି ଯିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!