ଦୈନିକ ରାଶିଫଳ: 17 ମଇ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ମାଲିମୋକଦ୍ଦମାରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ସକଳ କାର୍ଯ୍ୟରେ ସଫଳ, ସୁଖ, ସମ୍ପତ୍ତି ଲାଭ, ମିଷ୍ଠାନ୍ନ ଭୋଜନପ୍ରାପ୍ତି, ଉଚ୍ଚଆଶା ପୂରଣ ହେବାସହ ବନ୍ଧୁମିତ୍ରଙ୍କର ସାହାଯ୍ୟ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ କରିବେ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଦୂରେଇ ଯିବାସହ ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଭୂଜାତଦ୍ରବ୍ୟ, ଖଣିଜ ପଦାର୍ଥ, ଯାନବାହନ ଓ ଯାତାୟତ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବାସହ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ପାରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଅଧାଥିବା କାର୍ଯ୍ୟ ପୂରଣ ହେବ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ପୂରଣ କରିପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବା ସହ ନୂଆ ଯୋଜନାରେ ସଫଳହେବେ। ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଅତ୍ୟଧିକ ଅର୍ଥ ଆୟ କରିବାଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ। ପରିବାର ଲୋକଙ୍କର ସମର୍ଥନ ଓ ବନ୍ଧୁ ମିତ୍ରମାନଙ୍କ ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ରାଜନୀତିରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ସମସ୍ୟା ସମାଧାନ ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ରାଜନେତା ମାନଙ୍କର ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ପାରନ୍ତି। ଜମି ଜମା ସଙ୍କ୍ରାନ୍ତିୟ ସମସ୍ତ ସମସ୍ୟାରେ ସଫଳତା ମିଳିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ସ୍ଵାସ୍ଥ୍ୟରେ ସୁଧାର ଆସିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବକେୟା ଅର୍ଥ ଆଦାୟ ହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ବ୍ୟବସାୟୀ ମାନଙ୍କୁ ସାମାନ୍ୟଲାଭ ପ୍ରାପ୍ତି ହେବ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ପାରନ୍ତି। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇପାରନ୍ତି। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!