ଦୈନିକ ରାଶିଫଳ: 18 ଅଗଷ୍ଟ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ନୂଆ ସମ୍ପର୍କରେ ଉନ୍ନତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଧାର୍ମିକ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଅଧାଥିବା କାର୍ଯ୍ୟ ପୂରଣ ହେବ। ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଅଛି ଓ ନିଜର ଭୁଲ ପାଇଁ ଅନୁତାପ କରି ପାରନ୍ତି। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସମୟ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ରାଜନୀତିରେ ସଫଳତା ମିଳିବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଯେଉଁମାନେ ଆପଣଙ୍କୁ ଭୁଲ ପରାମର୍ଶ ଦିଅନ୍ତି ସେମାନଙ୍କଠାରୁ ଦୂରରେ ରୁହନ୍ତୁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶାରିରୀକ ଅସୁସ୍ଥତା ଦୂରହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ମାନସିକ ଅଶାନ୍ତି ଦୂର ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଶରୀରକୁ ଯଥେଷ୍ଟ ବିଶ୍ରାମ ଦେବା ଆବଶ୍ୟକ। ଲୋକମାନେ ଆପଣଙ୍କ କଥା ଦ୍ୱାରା ବହୁତ ପ୍ରଭାବିତ ହେବେ। ପିଲାମାନଙ୍କର ସଫଳତା ଦ୍ୱାରା ଆପଣ ଗର୍ବିତ ଅନୁଭବ କରିବେ। ସାଙ୍ଗମାନଙ୍କ ପରାମର୍ଶ ଆପଣଙ୍କ ପାଇଁ ବହୁତ ଉପଯୋଗୀ ହେବ। କର୍ମକ୍ଷେତ୍ରର ପୂର୍ବସମସ୍ୟା ଦୂର ହୋଇ ଧନ ପାଇବାର ସମ୍ଭାବନା ଅଛି। ପରିବାର ସହିତ ଭଲ ସମ୍ପର୍କ ରହିବା ଫଳରେ ଆପଣଙ୍କ କାମର ଗୁଣ ବହୁତ ବଢିଯିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଚାକିରିରେ ପଦୋନ୍ନତି ପାଇବାର ସମ୍ଭାବନା ଅଛି। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ ହେବ। ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକମାନେ ଆପଣଙ୍କ ପଛରେ ସମାଲୋଚନା କରିବେ। ଗୁପ୍ତ ଜିନିଷ କାହା ସହିତ ଅଂଶୀଦାର କରନ୍ତୁ ନାହିଁ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସମସ୍ତକର୍ମ ବହୁତ ସହଜରେ ସମ୍ପନ୍ନ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଆପଣ କିଛି ନୂତନ କୌଶଳ ଶିଖିପାରିବେ। ଜୀବନସାଥୀଙ୍କ ସହିତ ସମ୍ପର୍କ ମଧୁର ହେବ। ଅନାବଶ୍ୟକ ଖର୍ଚ୍ଚକୁ ନିୟନ୍ତ୍ରଣ କରିବା ଉଚିତ୍। ପରିବାର ସହିତ ଭଲରେ ସମୟ ବିତାଇବେ। ଶିକ୍ଷା କ୍ଷେତ୍ରରେ ଆସୁଥିବା ସମସ୍ୟା ଦୂର ହୋଇ ବହୁତ ଭଲ ଫଳାଫଳ ପାଇବେ। ଅଫିସରେ ସିନିୟରମାନଙ୍କ ସମର୍ଥନ ପାଇବେ। ଗ୍ୟାସ ସମସ୍ୟା ହୋଇପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପ୍ରଶାସନ ସହିତ ଜଡିତ ଲୋକମାନେ ଉଚ୍ଚ ପଦପଦବୀ ପାଇପାରିବେ। ଆର୍ଥିକ ସମ୍ବନ୍ଧୀୟ ପରିସ୍ଥିତି ସୁଦୃଢହେବ। ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ଅନେକ ସମସ୍ୟାର ସମାଧାନ କରି ମାନସିକ ଶାନ୍ତି ପାଇବେ।ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!