ଦୈନିକ ରାଶିଫଳ: 18 ଜୁଲାଇ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କାର୍ଯ୍ୟରେ ମାନସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପୁରାତନ ଶତୃମାନେ ଦୂରେଇ ଯିବା ଫଳରେ ବ୍ୟବସାୟ କ୍ଷେତ୍ରରୁ ଆଶାତୀତ ଲାଭ ପାଇବେ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂତନ ବନ୍ଧୁ ଭେଟ ହେବେ ଓ ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ସନ୍ତାନର ସୁଖବର ଶୁଣି ଖୁସି ହେବେ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଆର୍ଥିକ ମାମଲା ସୁଧୁରିବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପାରିବାରିକ ଜୀବନରେ ସୁଧାର ହେବ। ସାମାଜିକ ପତିଆରା ଅମଳିନ ରହିବ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଘରୋଇ କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବ। କାମକାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣ କରିବାର ଦୃଢ଼ତା ଆସିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ଯେତେ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ଭଲ ରହିବ। ଶତୃମାନେ ଦୂରେଇ ଯିବେ। ଆର୍ଥିକ ମାମଲା ସୁଧୁରିବ। କର୍ମକ୍ଷେତ୍ରରେ ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ବ୍ୟାପାରରେ ଯଦି ପଥରକୁ ଛୁଇଁବେ ତେବେ ତାହା ହୀରାରେ ପରିଣତ ହେବ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଗୃହପୋକରଣ ନୂତନ ବସ୍ତୁ କ୍ରୟ କରି ପାରିବେ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ ଶାନ୍ତି ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ। ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହୋଇ ଆଶା ପୂରଣ ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ସାବଧାନ ରହି କାର୍ଯ୍ୟ କରିଲେ ଭଲ ହେବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ। ପୁରାତନରୋଗ ପ୍ରକୋପରେ ଶରୀରକଷ୍ଟ ଭୋଗ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସରକାରୀ କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। କର୍ମ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ପ୍ରେମପ୍ରସଙ୍ଗରେ ଆଶା ଜନକ ଫଳପ୍ରାପ୍ତି ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:- ରାଜକୀୟ କାର୍ଯ୍ୟ ପ୍ରଭାବଶାଳି ବ୍ୟକ୍ତିଙ୍କ ସହାୟତାରେ ସମ୍ପନ୍ନ ହେବ। ପରିବାର ମଧ୍ୟରେ ସମୟ ବିତେଇବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ଯୋଗଦେବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ବାଦବିବାଦ, ମାଲି ମୋକଦ୍ଦମାରେ ସଫଳ ହେବେ। ମାଆ ବାପାଙ୍କ ଠାରୁ ସହଯୋଗ ପାଇବେ। ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!