ଦୈନିକ ରାଶିଫଳ: 18 ନଭେମ୍ବର 2023, ଶୁକ୍ରବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆର୍ଥିକ ବୃଦ୍ଧି ହେବା ଫଳରେ ସ୍ଥାନମାନ ପ୍ରତି ବିପଦ କଟିଯିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ। ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ସବୁଥିରେ ସଫଳତା ମିଳି ସମସ୍ତ ଚିନ୍ତା ଦୂର ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟାରେ ଉନ୍ନତି କରିବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଖର୍ଚ୍ଚାନ୍ତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରାକ୍ରମ ବୃଦ୍ଧିପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ମନୋରଞ୍ଜନ ଓ ମଉଜ ମସ୍ତିରେ ସମୟ କଟି ପାରେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ପରିବାରରେ ସମୟ ବିତେଇବେ ଓ ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇ ପାରେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବା ସହ ବନ୍ଧୁମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:- ପୁତ୍ର କନ୍ୟାମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ଦାମ୍ପତ୍ୟ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇ ପାରେ। ମୂଲ୍ୟବାନ ପଦାର୍ଥ ଓ ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ। ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହୋଇପାରେ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ଦ୍ଧନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟତର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଦାମ୍ପତ୍ୟସୁଖରେ ସୁଖୀହେବା ସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ। ସବୁଥିରେ ସଫଳତା ମିଳି ସମସ୍ତ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:- ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ସମ୍ପତ୍ତି ଯାନବାହାନ ଗୃହୋପକରଣ କ୍ରୟ କରିବାର ଯୋଜନା କରିବେ। ଶିକ୍ଷାକ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:- ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। କର୍ମକ୍ଷେତ୍ରରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ। ଆତ୍ମୀୟ ସ୍ଵଜନଙ୍କ ବୈରତା ଯୋଗେ ଆର୍ଥିକ କ୍ଷତି ସହିବାକୁ ପଡିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!