ଦୈନିକ ରାଶିଫଳ: 18 ମଇ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଘାସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପରିବାରରେ ସାଧାରଣ ବାତାବରଣ ଜାରିରହିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟୀ ମାନେ ସ୍ଥଳବିଶେଷରେ ବିନାପରିଶ୍ରମରେ ଅଧିକ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି। ବାଦବିବାଦ, ମାଲିମୋକଦ୍ଦମା, କ୍ରୀଡ଼ା, କଳା, ସଂସ୍କୃତି କ୍ଷେତ୍ରରେ ବିଜୟୀହେବେ। ଶତୃ ବିରୋଧୀ ମାନେ କିଛି କ୍ଷତି କରି ପାରିବେ ନାହିଁ। ଆର୍ଥିକସ୍ଥିତି ଭଲ ରହିବା ଫଳରେ କର୍ମକ୍ଷେତ୍ରରେ ଶାନ୍ତି ପାଇବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆକସ୍ମିକ ଧନ ପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧିହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ।କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବା ଫଳରେ କର୍ମୋନ୍ନତିର ରାସ୍ତା ଖୋଲିଯିବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ କୌଣସି ନୂତନ କର୍ମର ଆୟୋଜନ କରିପାରିବେ। ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ଶରୀର ଭଲ ରହିବା ଯୋଗେ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବାସହ ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ବାହନଆଦି କ୍ରୟ କରିବାପାଇଁ ଯୋଗାଯୋଗ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଧର୍ମ-କର୍ମରେ ରୁଚି ରହିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଖେଳ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ। ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ଥିବା ସମସ୍ୟାର ଅପୋଷ ସମାଧାନ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶୁଭ ସୂଚନା ପାଇବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ଶୁଭ ସମାଚାର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଓ ଦୂରଯାତ୍ରାର ସୁଯୋଗ ପାଇ ସୁନାମ ଅର୍ଜନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ମାନସିକ ଅଶାନ୍ତି ଦୂର ହେବ। ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିପାରିବେ। ଶତୃମାନେ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହୋଇ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଆର୍ଥିକ ଅନାଟନ ଯୋଗୁ ପାରିପାର୍ଶୀକ ବାତାବରଣ ଅଶାନ୍ତ ରହିପାରେ। ଶିକ୍ଷାର୍ଥୀ ମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!