ଦୈନିକ ରାଶିଫଳ: 19 ଅଗଷ୍ଟ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ଗୁରୁଜନମାନଙ୍କ ଆଶୀର୍ବାଦ ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବ୍ୟବସାୟ ବାଣିଜ୍ୟ ମାମଲାରେ ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ କର୍ମଚାରି ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମ କରି ପତିଆରା ରକ୍ଷା କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସମାଜସେବା କାର୍ଯ୍ୟରେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ ମାନ ସମ୍ମାନ ମିଳିବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରିବାରରେ ମନୋମାଳିନ୍ୟ ଦୂରେଇ ଯିବ ଓ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। କର୍ମକ୍ଷେତ୍ରରେ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ମଉଜ ମସ୍ତିରେ ସମୟ କଟିପାରେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପୁରାତନ ରୋଗ ପୀଡାରୁ ଉପସମ ପାଇ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ଧନୁ:-ଶୁଭ ସମ୍ବାଦ ପାଇ ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ କର୍ମ ପ୍ରାପ୍ତି ହେବାର ସୂଚନା ପାଇବେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପାରିବାରିକ ସମସ୍ୟା ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ଆଜି ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆତ୍ମସନ୍ତୋଷ ବଢିବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ପ୍ରଶଂସିତ ହେବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଆର୍ଥିକ ସ୍ଥିତି ସୁଧୁରିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!