ଦୈନିକ ରାଶିଫଳ: 19 ଜୁନ୍ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ସନ୍ତୋଷ ହେବେ। ପରିବାରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବା ପାଇଁ ମନ ବଳାଇବେ। ପ୍ରେମିକ ପ୍ରେମିକା ମାନେ କାର୍ଯ୍ୟଦକ୍ଷତା ଦେଖାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ସ୍ତରରେ ସମ୍ମାନଲାଭ ଯଶ ପ୍ରଶଂସା ମିଳିବ। ବ୍ୟବସାୟରେ ଶତୃମାନେ ଦୂରେଇ ଯିବା ଫଳରେ ଆନନ୍ଦ ଅନୁଭବ କରିବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ ଓ ଶୁଭ କାମ କରି ପ୍ରଶଂସିତ ହେବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇ ଯିବ। ପ୍ରେମ ସମ୍ବନ୍ଧରେ ଆଗ୍ରହୀ ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସାଙ୍ଗମାନଙ୍କ ସହିତ ସମୟ ବିତାଇବାକୁ ଭଲ ପାଇବେ। ଧାର୍ମିକ କାର୍ଯ୍ୟକଳାପ ପ୍ରତି ଆପଣଙ୍କର ଆଗ୍ରହ ବଢିବ। କର୍ମକ୍ଷେତ୍ରରେ ଲୋକମାନେ ଆପଣଙ୍କ ଉପରେ ଅଧିକ ନିର୍ଭରଶୀଳ ହେବେ। ପରିବାରରେ ପାରସ୍ପରିକ ସହଯୋଗର ବୃଦ୍ଧି ଘଟିବ। ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। କାର୍ଯ୍ୟର ମନ୍ଥର ଗତି ଯୋଗେ ନିରାଶ ହୁଅନ୍ତୁ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନ ବ୍ୟବସାୟରେ ପରିଣାମ ଅନୁକୂଳ ହୋଇ ବିଶେଷ ଲାଭବାନ ହେବେ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇପାରେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ। ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସନ୍ତାନ ମାନଙ୍କ ଉନ୍ନତିର ଶୁଭ ସୂଚନା ପାଇ ଖୁସି ରହିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ।ଅଫିସରେ ନିଜର ପ୍ରାଧାନ୍ୟ ଦୃଢହେବ ଓ ଯେକୌଣସି ଇଚ୍ଛା ପୂରଣ ହୋଇପାରିବ। ବିଚାରାଧୀନ କାର୍ଯ୍ୟଗୁଡ଼ିକୁ ସମାଧାନ କରି ସମାଜରେ ଜଣେ ଜ୍ଞାନୀ ବ୍ୟକ୍ତି ଭାବରେ ବିବେଚିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ସ୍ଥାୟି ରୋଗୀ ମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ।ଆତ୍ମୀୟଙ୍କ ସମ୍ବନ୍ଧୀତ ଚିନ୍ତା ଦୂର ହୋଇ ପାରିବାରିକ ଜୀବନ ଆନନ୍ଦରେ କଟିବା ସହ ଦାମ୍ପତ୍ୟ ସୁଖରେ ଖୁସି ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାଧାରଣତ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଆପଣଙ୍କର ପ୍ରଦର୍ଶନ ଭଲ ହୋଇପାରେ। ବ୍ୟବସାୟ କାରବାର ପାଇଁ ଟିକିଏ ଅଧିକ ପରିଶ୍ରମ ଆବଶ୍ୟକ ହେବ। ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ପ୍ରତି ବହୁତ ଆକର୍ଷିତ ହେବେ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ଆପଣଙ୍କୁ ଅସୁବିଧାରେ ପକାଇପାରେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। କର୍ମକ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ଏକ ନୂତନ କାର୍ଯ୍ୟ ଆରମ୍ଭ କରିବାର କଳ୍ପନା କରିପାରନ୍ତି। ଋଣ ପରିଶୋଧ କରିବାକୁ ଅର୍ଥର ବ୍ୟବସ୍ଥା କରିପାରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବାସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ପ୍ରଶଂସିତ ହେବେ। ଜୀବନସାଥୀଙ୍କ ପ୍ରତି ମନରେ ସମ୍ମାନ ଜାଗ୍ରତ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବ୍ୟାପାର କାରବାରରେ ସୁଧାର ଆସିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବାସହ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ପରିବାରର ସଦସ୍ୟ ମାନଙ୍କ ସହିତ ଆଲୋଚନା କରି କାର୍ଯ୍ୟକଲେ ଲାଭଦାୟକ ହେବ। କର୍ମକ୍ଷେତ୍ରରେ ସମସ୍ୟାଗୁଡ଼ିକ ସ୍ୱୟଂଚାଳିତ ଭାବରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!