ଦୈନିକ ରାଶିଫଳ: 19 ଜୁଲାଇ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଯୋଜନା ମୁତାବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛାତ୍ରଛାତ୍ରୀମାନେ ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସୁଖ ସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହୋଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ସରକାରୀ କ୍ଷେତ୍ରରେ ଶତୃମାନେ ଦୂରେଇ ଯାଇ ସଫଳତା ମିଳିବ। ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟର ଶୁଭାରମ୍ଭ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଶତୃ ପରାଜିତ ହୋଇ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉପରିସ୍ଥ କର୍ମଚାରୀ, ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ବନ୍ଧୁଙ୍କ ଆଗମନ ଫଳରେ ପାରିବାରିକ ପରିସ୍ଥିତି ବଦଳି ଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିଲେ ମଧ୍ୟ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ବସ୍ତୁ କ୍ରୟ କରି ପାରିବେ। ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବିଦ୍ୟାରେ ଉନ୍ନତି ହେବା ସହ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତି ସୁଧୁରି ଯିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ମିଳିବା ସହ ଯଶ, ମାନସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସଲ କରି ପାରିବେ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ। କୋର୍ଟକଚେରୀ ମାମଲାରେ ବିଜୟ ହେବ। ବ୍ୟାପାରରେ ବହୁତ ଭଲ ପରିଣାମ ମିଳିବ। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ଶରୀର ସୁସ୍ଥ ରହିବା ସହ ସମ୍ପର୍କୀୟଙ୍କ ଠାରୁ ବହୁତ ଲାଭ ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଋଣମୁକ୍ତ ହେବେ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବା ସହ ଆର୍ଥିକ ଲାଭ ହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରି ପାରିବେ ନାହିଁ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଉଚିତ୍ ପନ୍ଥା ଗ୍ରହଣ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ମାନସିକ ସୁସ୍ଥତା ଅନୁଭବ କରିବେ। ଆର୍ଥିକ ଦିଗରୁ ସୁବିଧା, ସୁଯୋଗ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାସହ ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ପୁରୁଣା ମିତ୍ର ଅଚାନକ ଭାବେ ଦେଖା ହେବା ଦ୍ଵାରା ପୁରୁଣା କଥା ମନେ ପଡି ପ୍ରସନ୍ନ ହୋଇ ଯିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!