ମେଷ:-କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ରାଜନୀତିରେ ଜନହିତକର କାର୍ଯ୍ୟ କରି ପ୍ରଶଂସା ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଅଧିକ ପରିଶ୍ରମ କରି ସାମାନ୍ୟଲାଭ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବହୁମୂତ୍ର ରୋଗୀମାନେ ସାବଧାନ ରହିବା ଉଚିତ୍। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଲେଖାପଢାରୁ ଶୁଭଫଳ ମିଳିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଆର୍ଥିକ ସହାୟତା ପାଇ ପାରନ୍ତି। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ମାନସିକ ଦୁଶ୍ଚିନ୍ତା, ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସାହିତ୍ୟ, କଳାକ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ଉଚିତ୍ ପନ୍ଥା ଗ୍ରହଣ ନକଲେ ନିଜ ଲୋକମାନେ ମନମୋଟିଆ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିପାରେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପୁରାତନ ରୋଗରୁ ମୁକ୍ତି ମିଳିବ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ ଓ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷା କରିବେ। ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କାର୍ଯ୍ୟକ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖ-ଶାନ୍ତି ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
