ଦୈନିକ ରାଶିଫଳ: 19 ନଭେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। କେତେକ କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି।ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ଉଚ୍ଚାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଜନସମ୍ପର୍କ ସୁଦୃଢ ହେବ। ରାଜନୀତି କ୍ଷେତ୍ରରେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ମାଆବାପାଙ୍କ ଠାରୁ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ କିନ୍ତୁ ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରି ପାରନ୍ତି। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବ୍ୟବସାୟ ବାଣିଜ୍ୟ କାରବାରରେ ଅସାଧାରଣ ସ୍ଥିତି ରହିବ। ଫୋନ, ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଅଟକିଥିବା କାର୍ଯ୍ୟ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।

ମକର:-ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଶିକ୍ଷା କ୍ଷେତ୍ରରେ ମିତ୍ର ଓ ସହପାଠୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। କର୍ମକ୍ଷେତ୍ରରେ ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବା ସହ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ। ଶାରୀରିକ କଷ୍ଟ ଦୂର ହେବ। ପଢାପଢିରେ କୌଣସି ଅସୁବିଧା ହେବ ନାହିଁ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନିଜର ଚତୁରତା ଓ ବୁଦ୍ଧି ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!