ଦୈନିକ ରାଶିଫଳ: 20 ଏପ୍ରିଲ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅଚାନକ ଧନପ୍ରାପ୍ତିହେବ, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରନ୍ତି। ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବାସହ ସାମାଜିକ ପତିଆରା ଅମଳିନ ରହିବ। ଶରୀର ସୁସ୍ଥ ରହିବ ଓ ପ୍ରଶାସନିକ କାର୍ଯ୍ୟରେ ପ୍ରବଳ ଉନ୍ନତି ହେବାର ସମ୍ଭାବନା ଅଛି। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବିରୋଧୀମାନେ ଦୂରେଇ ଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ଶାରୀରିକ ଅସୁସ୍ଥତା ଦୂର ହେବାସହ ବ୍ୟବସାୟରେ ପ୍ରବଳ ଲାଭବାନ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବାସହ କେତେକ ମୁଲ୍ୟବାନ ଦ୍ରବ୍ୟକ୍ରୟ କରିବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହୋଇ ପ୍ରଶଂସା ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ ଓ ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ବିବାହ ଯୋଗ୍ୟ ସନ୍ତାନର ବିବାହ ବିଷୟରେ ଆଲୋଚନା ହୋଇପାରେ। ସମସ୍ତ ପ୍ରୟାସ ଫଳପ୍ରଦ ହେବା ଫଳରେ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ପ୍ରତି ଈର୍ଷା କରିପାରନ୍ତି। ଆତ୍ମ ସମ୍ମାନ ଉପରେ ଆପୋଷ ବୁଝାମଣା କରନ୍ତୁ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସମ୍ପତ୍ତି ଓ ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ ଆର୍ଥିକ ସମସ୍ୟା ଦୂର ହୋଇଯିବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଶତୃମାନେ ପରାଜିତ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ମାନସିକ ଅଶାନ୍ତି ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ଧନୁ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ।ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପରିବାର ସଦସ୍ୟମାନଙ୍କ ସହାୟତା ପାଇ ସମସ୍ତ କାର୍ଯ୍ୟକୁ ଯୋଜନାବଦ୍ଧ ଢଙ୍ଗରେ କରିବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ମିଳିବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ମନ ବଳେଇବେ। ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବାସହ ଆର୍ଥୀକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ସାମାନ୍ୟ ଲାଭ ପାଇବେ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତପନ୍ଥା ଗ୍ରହଣ କରିବେ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ବିଳାସ ବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!