ଦୈନିକ ରାଶିଫଳ: 20 ଜୁନ୍ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ। ଭୂମି ବା ଭବନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପ୍ରେମ ସମ୍ବନ୍ଧ ଓ ସମ୍ପର୍କରେ ସୁଧାର ଆସିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବା ପାଇଁ ଚେଷ୍ଟା କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧି ପାଇବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ପରିସ୍ଥିତିରେ ଉନ୍ନତି ଘଟିବ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ ସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରେମ ସମ୍ପର୍କ ବିଷୟରେ କିଛି ଅସୁବିଧା ହୋଇପାରେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ପାଇବା ସହ ଅଟକିଥିବା କାର୍ଯ୍ୟ ସହଜ ସରଳରେ ପୂରଣ କରି ପାରିବେ। ଛାତ୍ରଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। କୌଣସି ଠାରୁ ଶୁଭ ସମାଚାର ଶୁଣି ମାନସିକତାରେ ପରିବର୍ତ୍ତନ ହେବ। ଅର୍ଥସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରି ନିଜ ପରିଶ୍ରମରେ ସଫଳତା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଆୟବୃଦ୍ଧି ହେବାଫଳରେ ଋଣମୁକ୍ତି ହେବାର ରାସ୍ତା ପରିଷ୍କାର ହୋଇଯିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନ ରେ ପ୍ରଶଂସା ପାଇବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ପରିବାରର ସଦସ୍ୟଙ୍କ ସହ ସମ୍ବନ୍ଧ ଦୃଢ ହେବ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବାସହ ଉଚ୍ଚ ସମ୍ଭାବନାର ଆଶା, ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ ଓ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପାରିବାରିକ ବାତାବରଣ ମଧ୍ୟ ଅନୁକୂଳ ରହିବ। ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ଠିକ୍ ରହି ନପାରେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବା ଫଳରେ ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବା ସହ ଯଶ କୀର୍ତ୍ତିରେ ଉନ୍ନତି ହେବ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ନୂତନ କାମ ଆରମ୍ଭ କରି ପାରିବେ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ନିଶ୍ଚୟ ସମ୍ପନ୍ନ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ପୁରୁଣା ମିତ୍ର ଅଚାନକ ଭାବେ ଦେଖା ହେବା ଦ୍ଵାରା ପୁରୁଣା କଥା ମନେ ପଡି ପ୍ରସନ୍ନ ହୋଇଯିବେ। ପ୍ରେମପ୍ରସଙ୍ଗରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବା ସହ ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ ଓ ଧନ ଲାଭ ହେବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଜାଗା ଜମିବାଡ଼ି ନେଇ କିଛି ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!