ଦୈନିକ ରାଶିଫଳ: 20 ଜୁନ 2025, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରିରୀକ ଅସୁସ୍ଥତା ଦୂରହେବ। କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ। ନୂତନ ଗୃହସୁଖ ମିଳିବ। ଯାନବାହନ ସୁଖ ମିଳିବ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। କୋର୍ଟକଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକ ତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ବୈଜ୍ଞାନିକ ଓ ଚିକିତ୍ସକ ମାନେ ବିଶେଷ ଲାଭବାନ୍ ହେବେ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ରାଜନୈତିକ କ୍ଷେତ୍ରରେ ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ସକ୍ରିୟ ହୋଇ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବାସହ ମାନସିକ ଶାନ୍ତି ପାଇବେ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତିର ସୂଚନା ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଦୁଃଶ୍ଚିନ୍ତା ଦୂର ହେବ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ପରିବାରରେ ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!