ଦୈନିକ ରାଶିଫଳ: 20 ନଭେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ସଫଳତା, ଉନ୍ନତି ହେବ ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆଶାତିତ ଲାଭ ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅର୍ଥାଗମ ଦିଗ ଖୋଲା ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପାରେ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ପ୍ରଶଂସିତ ହେବେ। ବ୍ୟବସାୟରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବା ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯିବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ମାନସିକ ଶାନ୍ତି ମିଳିବା ସହ ଧନ ପ୍ରାପ୍ତି ହେବ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ଅଯଥା ଧନଖର୍ଚ୍ଚ ହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ସୁବିଧା ସୁଯୋଗ ପାଇ ଅଧା ହୋଇପଡ଼ିଥିବା ଗୃହକାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ସନ୍ତୋଷ ଲାଭ କରିବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଦଇତ୍ଵ ବଢିଯିବ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!