ମେଷ:-ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ କର୍ମ ନିଯୁକ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶତ୍ରୁବାଧା ଦୂରେଇ ଯିବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଆୟଉତ୍ତମ ହେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରି କରି ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶ୍ୱଶୁର ଘର ପକ୍ଷରୁ ଆର୍ଥିକ ସହାୟତା ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ବିଦ୍ୟାରେ ଉନ୍ନତି ହେବାସହ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବ୍ୟବସାୟିକ କ୍ଷେତ୍ରରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ତୁଳା:-ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ
ବିଚ୍ଛା:-ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣି ବାରେ ସଫଳ ହେବେ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପନିପରିବା ଚାଷି ତଥା ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ।କର୍ମଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ମକର:-ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ଶରିର ସୁସ୍ଥ ରହିବ। ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ବ୍ୟବସାୟରେ ଉନ୍ନତି କରି ପାରିବେ। ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ଓ କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।