ଦୈନିକ ରାଶିଫଳ: 20 ସେପ୍ଟେମ୍ବର 2025, ଶନିଦେବଙ୍କ କୃପାରୁ ଏହି 4 ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟରେ ସୁଧାର ଆସିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। ଅନେକ ସମୟ ମନୋରଞ୍ଜନ ଓ ହସ ଖୁସିରେ ବ୍ୟତୀତ ହେବ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କୌଣସି ନୂତନ କର୍ମ କରିବାକୁ ଯୋଗାଯୋଗ କରି ପାରିବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ଚାକିରୀରେ ପଦୋନ୍ନତି, ଯଶପ୍ରତିଷ୍ଠା, ମାନସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ। ମନୋରଞ୍ଜନ ଓ ମଉଜ ମସ୍ତିରେ ସମୟ କଟି ପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ବହୁତ ଭଲ ପାଉଥିବା ଲୋକ ଓ ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପରିବାରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ସରକାରୀ କାମରେ ସଫଳତା ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ କାରବାର ବଢିବା ଫଳରେ ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। କର୍ମକ୍ଷେତ୍ରରେ ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ। ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତା ଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଚିତ୍ତପ୍ରସନ୍ନ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ଶୁଭ ସମ୍ବାଦପାଇ ଖୁସିହେବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ବନ୍ଧୁ ସମାଗମ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ।ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ପ୍ରିୟଜନଙ୍କସହ ମିଳନ ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଉଚିତ୍ ପରାମର୍ଶ ପାଇ ବିଦ୍ୟାରେ ଉନ୍ନତି ହେବ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଆପଣ ଲୋକଙ୍କ ଉନ୍ନତି ବିଷୟରେ ଚିନ୍ତା କରିବେ କିନ୍ତୁ ସେମାନେ ଆପଣଙ୍କୁ ଅସମ୍ମାନ କରିପାରନ୍ତି। ପ୍ରତିକାର-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କାର୍ଯ୍ୟ କ୍ଷେତ୍ରରେ ଅବହେଳା କରନ୍ତୁ ନାହିଁ କି ଛୋଟ ଛୋଟ ଜିନିଷକୁ ଅବହେଳା କରନ୍ତୁ ନାହିଁ। ପିଲାମାନଙ୍କ ଆଚରଣରେ ଅତିଷ୍ଟ ହେବାର ସମ୍ଭାବନା ଅଛି। ହୃଦୟ ରୋଗୀମାନେ ସେମାନଙ୍କର ଯତ୍ନ ନେବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ