ଦୈନିକ ରାଶିଫଳ: 21 ଏପ୍ରିଲ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ପିଲାମାନଙ୍କ ସଫଳତାରେ ଖୁସିହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଅନେକ କାର୍ଯ୍ୟ କଳାପରେ ସମ୍ପୃକ୍ତ ହେବେ। ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସନ୍ତାନଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-ବ୍ୟବସାୟୀମାନେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନର ଅଧିକାରୀ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଶତୃମାନେ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ସାମାଜିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ। କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ସନ୍ତାନ ସନ୍ତତି ମାନଙ୍କପାଇଁ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ନିଜର ଚତୁରତା ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ଓ ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବାସହ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ ସରକାରୀ କାମରେ ସଫଳତା ପାଇବା ସହ ପରିଶ୍ରମର ଉଚିତ୍ ପ୍ରାପ୍ୟମିଳିବ ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବାସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର- ହଳଦିଆ ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଶିକ୍ଷାକ୍ଷେତ୍ରରେ ଊତ୍ସାହ ବୃଦ୍ଧି ପାଇବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ। ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ପାରିବାରିକ ଚାପର ସମ୍ମୁଖୀନ ହେବାକୁ ପଡିବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅତୀତରେ ଆପଣଙ୍କ ଦ୍ୱାରା କରାଯାଇଥିବା ଭଲ କାର୍ଯ୍ୟପାଇଁ ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବାସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!