ମେଷ:-ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ। ଉଚିତ୍ମାର୍ଗରେ ଗତିକରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ବଂଧୁଙ୍କଠାରୁ ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ଶରୀର ସୁସ୍ଥ ରହିବ। ଆର୍ଥିକ ଦିଗରୁ ସୁବିଧା ପାଇବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମନ ଭଲ ରହିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ଉଚ୍ଚ ସମ୍ଭାବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ସିଂହ:-ସ୍ୱାସ୍ଥ୍ୟ ଠିକ୍ ରହିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ଦ୍ଵାରା ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ତୁଳା:-ଶରୀର ସୁସ୍ଥ ରହିବ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବିଚ୍ଛା:-ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ ଓ ସ୍ଵନାମ ଅର୍ଜନ କରି ପାରିବେ। ବ୍ୟବସାୟରେ ସକାରାତ୍ମକ ଚିନ୍ତାଧାରା ଯୋଗେ ବିଶେଷ ଲାଭବାନ ହେବେ। ଗୃହୋପକରଣ କ୍ରୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ଶରୀରପୀଡ଼ା ଭୋଗକରି ପାରନ୍ତି। ବାକ୍ୟ ସଂଯମତା ନରଖିଲେ କର୍ମଜୀବିମାନେ ଅସୁବିଧାର ସମ୍ମୁଖୀନ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ ଓ ମାନସିକ ଶାନ୍ତି ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ରାଜନୀତି କ୍ଷେତ୍ରରେ ଲୋକମାନେ ଆପଣଙ୍କ ପଛରେ ସମାଲୋଚନା କଲେ ମଧ୍ୟ ମାନସିକ ଚାପ ହ୍ରାସ ପାଇବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ। ଭୁଲ ପ୍ରକୃତିର ଲୋକଙ୍କଠାରୁ ଦୂରତା ରଖିବା ଉଚିତ୍। ଅପରିଚିତ ଲୋକଙ୍କ ସହିତ ଅଧିକ କଥାବାର୍ତ୍ତା କରନ୍ତୁ ନାହିଁ। ନକାରାତ୍ମକ ଚିନ୍ତାଧାରା ହେତୁ ଆପଣଙ୍କ ମନ ବିଚଳିତ ହୋଇପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ:-ବ୍ୟବସାୟରେ ଉନ୍ନତି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ମୀନ:-କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
