ମେଷ:-ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। କୌଣସି ଶୁଭ କାର୍ଯ୍ୟରେ ଯୋଗ ଦେଇ ହସଖୁସିରେ ସମୟ ବିତାଇବେ। ମାନସିକ ଅସ୍ଥିରତା ଦୂର ହେବ। ଆର୍ଥିକ ଦିଗରୁ ସୁବିଧା ସହଯୋଗ ମିଳିବ। ପୈତୃକ ସମ୍ପତ୍ତି ପ୍ରାପ୍ତି ହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆନନ୍ଦିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ବୃଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ମନୋରଂଜନ କାର୍ଯ୍ୟରେ ସମୟ କଟିବ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ସିଂହ:-ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ସତର୍କତା ଅବଲମ୍ବନ ନକଲେ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଘଟିବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।
ବିଚ୍ଛା:-ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କୃଷିଜିବୀମାନେ ଅନେକ ଦିଗରୁ ଲାଭବାନ୍ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତିରେ ସମୟ କଟାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହୋଇ ସ୍ୱାସ୍ଥ୍ୟ ଉତ୍ତମ ରହିବ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହୋଇ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପାରିବାରିକ ପରିସ୍ଥିତି ଠିକ୍ ରହିବା ସହ ଘର ପରିବାରକୁ ପ୍ରାଥମିକତା ଦେବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ଆୟ ଉପାର୍ଜନରେ ବାଧା ନାହିଁ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ବାହାର ଯାତ୍ରାରେ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।