ଦୈନିକ ରାଶିଫଳ: 21 ମଇ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବା ଫଳରେ ମାନସମ୍ମାନ ବଜାୟ ରହିବ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ମିତ୍ରମାନଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ବ୍ୟବସାୟମାନେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବା ସହ ଅଧିକ ଲାଭ କରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ଆର୍ଥିକସ୍ଥିତି ସୁଦୃଢ ହେବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରେମ ପ୍ରସଙ୍ଗରେ ଆନନ୍ଦ ମିଳିବ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ କରଜ ଭାରରୁ ମୁକ୍ତି ମିଳିବା ସହ ଖୁବ ଅଗ୍ରଗତି ଘଟିବ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ପରିବାରରେ ମାନ ମନାନ୍ତର ଦୂର ହୋଇ ପରିଶ୍ରମର ସୁଫଳ ଭୋଗ କରିବେ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ତୁଳା:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଶୁଭ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆବଶ୍ୟକସ୍ଥଳେ ସହଯୋଗ ପାଇ ପାରିବାରିକ ସ୍ତର ହସ ଖୁସିରେ କଟିବ। କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇ ପଡ଼ିବା ଅସମ୍ଭବ ନୁହେଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ସୁବର୍ଣ୍ଣ ସୁଯୋଗକୁ ହାତଛଡା ନକରିବା ଉଚିତ୍। ରାଜନୀତିରେ ସଫଳତା ମିଳିବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ପ୍ରବାସ ଯାତ୍ରାରେ ବିଶେଷ ଲାଭବାନ୍ ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମକର:-କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ ଓ ମନ ଖୁସିହେବ। ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ।ରାଜନୀତିରେ ଉନ୍ନତି ହେବ। ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରବାସ ଯାତ୍ରାରେ ବିଶେଷ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ।ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!