ମେଷ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ମିଥୁନ:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ବ୍ୟବସାୟ ବଢେଇବାର ପ୍ରୟାସ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତିହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବାସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
କର୍କଟ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ଶୁଭ କାମ କରି ପ୍ରଶଂସିତ ହେବେ। ସଭାସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ। ପନିପରିବା ଚାଷୀ ଓ ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସନ୍ତାନସୁଖ ମିଳିବ ଓ ପାରିବାରିକ ସ୍ତର ହସଖୁସିରେ କଟିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ହରିଡାଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପାରିବାରିକ ସମସ୍ୟା, ପତିପତ୍ନୀଙ୍କ ମଧ୍ୟରେ ମତଭେଦ ଓ ବିରୋଧଭାବ ଦୂରେଇ ଯିବ। ଛାତ୍ର ଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମରେ ଉନ୍ନତି ସହିତ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂତନ ସମ୍ବନ୍ଧ ସୃଷ୍ଟିହେବ ଓ ଦାମ୍ପତ୍ୟଜୀବନ ସୁଖମୟହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ।ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଶାରୀରିକ କଷ୍ଟ ଦୂର ହୋଇ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିଲେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପରିଶ୍ରମ ଦ୍ୱାରା କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ ଓ ଲାଭ ପାଇବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।