ଦୈନିକ ରାଶିଫଳ: 22 ଅଗଷ୍ଟ 2025, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି 5 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଦୂରଯାତ୍ରାରେ ସଫଳତା ମିଳିବ। ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପ୍ରେମୀକପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୁଅନ୍ତୁ ନାହିଁ। ସ୍ୱାସ୍ଥ୍ୟପ୍ରତି ପୂର୍ଣ୍ଣ ଧ୍ୟାନ ରଖନ୍ତୁ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ପରିବାରର କୌଣସି ସଦସ୍ୟଙ୍କର ଉନ୍ନତିରେ ଆନନ୍ଦିତ ହେବେ। ମାନସିକ ଦୁଶ୍ଚିନ୍ତା ଦୁରାହୋଇ ଯିବ। ବାଦବିବାଦ, ମାଲିମକଦ୍ଦମା, ଅମିନ୍ ଜାମିନି ମଧ୍ୟସ୍ଥତା ଠାରୁ ଦୂରତା ରକ୍ଷାକରନ୍ତୁ। ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ କେତେକ କାର୍ଯ୍ୟ ଅଧାରେ ଅଟକି ଯିବ। ଟଙ୍କା ଦେବା ନେବା କାରବାର ବିଷୟରେ ସାବଧାନ ରହିବା ଉଚିତ୍‌। ନଚେତ୍‌ ଟଙ୍କା ଅଟକି ଯାଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କର୍ମକ୍ଷେତ୍ରରେ ପଦୋନ୍ନତି ର ସୂଚନା ପାଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ସିଂହ:-ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ଆୟ ଉପାର୍ଜନରେ ବାଧା ନାହିଁ। ବ୍ୟବସାୟରେ ପ୍ରବଳ ଧନଲାଭ ହେବ। ଜୀବନ ସାଥୀଙ୍କ ଠାରୁ ଭଲ ସମର୍ଥନ ପାଇବେ। ଅଫିସରେ ମାଲିକଙ୍କର ଆଚରଣ ଆପଣଙ୍କ ପ୍ରତି ଭଦ୍ରଭାବ ରହିବ। ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ। ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ ଓ ପ୍ରମୋଶନ ସୂଚନାପାଇ ଖୁସି ହେବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।

ତୁଳା:-ପରିବାରରେ ସମୃଦ୍ଧତା ଓ ସନ୍ତୁଷ୍ଟିର ପରିବେଶ ରହିବ। ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାରର ପାଳନ କରନ୍ତୁ। ବିଦ୍ୟାର୍ଥୀ ମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟକ୍ଷେତ୍ରରେ ଅଂଶ ଗ୍ରହଣ କରି ନୂଆ ସମ୍ଭାବନାକୁ ଖୋଜିବେ। ନିଜର ନୈତିକ ମୂଲ୍ୟବୋଧ ହେତୁ ସମ୍ମାନ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ନିଜ ଇଛାକୁ ଅନୁସରଣ କରିବେ।କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୈତିକ କ୍ଷେତ୍ରରରେ ସହଯୋଗ ପ୍ରାପ୍ତି ଓ ସ୍ଥିତି ସୁଦୃଢ଼ ହେବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ସମ୍ମାନ ବୃଦ୍ଧି ହେବ। କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଅତ୍ୟଧିକ ଲାଭବାନ ହେବେ। ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ଭଲ ରହିବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ