ଦୈନିକ ରାଶିଫଳ: 22 ଏପ୍ରିଲ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଗୃହରେ ଧାର୍ମିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ବଢିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। ଅପଣା ଲୋକଙ୍କ ସହଯୋଗ ପାଇ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେଖା ଦେବାସହ ଶତୃମାନେ ପରାଜିତ ହେବେ। ଆୟରପନ୍ଥା ସହଜ ହେବା ଫଳରେ ଆର୍ଥିକ ଚିନ୍ତା ଦୁରହେବ। କରଜ ଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ।ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଶିକ୍ଷାକ୍ଷେତ୍ରରେ ଊତ୍ସାହ ବୃଦ୍ଧି ପାଇବା ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ହଜି ଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ଶୁଭଖବର ପାଇ ଖୁସି ହେବେ ଓ ସମୟ ଆନନ୍ଦମୟ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ବିଦ୍ୟାରେ ଉନ୍ନତିହେବା ଫଳରେ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ ଓ ଆର୍ଥିକ ସାହାଯ୍ୟ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପାରିବାରିକ ଦ୍ୱାୟିତ୍ୱ ବୃଦ୍ଧି ହେବା ଫଳରେ ମନ ଅଶାନ୍ତ ରହିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଜନସେବାରେ ନିଜକୁ ନିୟୋଜିତ କରି ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଭାବପ୍ରବଣତା ବୃଦ୍ଧି ପାଇବ। ଗୁରୁଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଶାରିରୀକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ ଓ ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। କର୍ମକ୍ଷେତ୍ରରେ ଲାଗିଥିବା ସମସ୍ୟାର ସମାଧାନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଶୁଭ ସମାଚାର ପାଇ ଖୁସି ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ଶତୃ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବାସହ ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି। ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ବାଦବିବାଦ, ମଳିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀହେବେ।ସାମାଜିକ କ୍ଷେତ୍ରରେ ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମଚାରୀ ଓ ଶ୍ରମିକ ମାନେ ବେସୀ ଉପକୃତ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!