ଦୈନିକ ରାଶିଫଳ: 22 ମଇ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ହେବ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତି ଉପୁଜିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଓ ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମାଜ ସେବାରେ ସୁନାମ ଅର୍ଜନ କରିବେ। ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଅଫିସରେ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବ୍ୟବସାୟରେ ମନ ଲଗେଇ କାମକଲେ ଅଶୁଭତ୍ୱ ନାଶହୋଇ ଶୁଭ ଫଳ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଶତ୍ରୁମାନେ ପରାଜିତ ହେବା ସହ ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ। ପ୍ରଚୁର ଅର୍ଥ ଲାଭହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ମନ ମୁତାବକ ଲାଭ ପାଇ ପାରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଶ୍ୱଶୁର ଘର ପକ୍ଷରୁ ସମର୍ଥନ ପାଇବେ ଓ ଆୟ ଅପରିବର୍ତ୍ତିତ ରହିବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶତୃମାନେ ମୁଣ୍ଡ ଟେକିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଆଜି କୌଣସି ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ, କଲେ ଅସୁବିଧାରେ ପଡିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିବାରରେ ମାନ ମନାନ୍ତର ଦୂର ହେବ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ। ପ୍ରେମିକ ପ୍ରେମିକା ମାନେ ଉତ୍ସାହିତ ହେବେ ଓ ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରି ପାରିବେ ନାହିଁ। ନୂତନ କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!