ଦୈନିକ ରାଶିଫଳ: 23 ଏପ୍ରିଲ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଆଦର୍ଶବାଦୀ ହେବା ଫଳରେ କୋର୍ଟ କଚେରୀ, ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ଉତ୍ତରାଧିକାର ବା ପୈତୃକ ସମ୍ପତ୍ତିକୁ ନେଇ କୋର୍ଟକଚେରୀ ମାମଲାରେ ସମସ୍ୟା ସମାଧାନର ବାଟ ମିଳିବ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶୁଭ ସମାଚାର ଶୁଣିବାକୁ ପାଇବେ। ସାମାଜିକ ପତିଆରା ଅମଳିନ ରହିବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କ୍ରୋଧ ନିୟନ୍ତ୍ରଣ କରି ଧୈଯ୍ୟର ସହ କାର୍ଯ୍ୟ କରନ୍ତୁ। ଶାରିରୀକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ ଓ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପରିବାରରେ ଜଟିଳ ପରିସ୍ଥିତି ଦେଖା ଦେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧିପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ କ୍ରୟ କରିବେ ଓ କିଛି ନୂଆ କରିବାକୁ ଇଛା ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବା ସହ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ କରି ସାମାଜିକ କ୍ଷେତ୍ରରେ ଯଶପ୍ରତିଷ୍ଠା ତଥା ଲୋକପ୍ରିୟତା ହାସଲ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-କର୍ତ୍ତବ୍ୟ ଠିକ୍ ଭାବରେ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଶିକ୍ଷାକ୍ଷେତ୍ରରେ ବିଜୟୀ ହେବାସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ। ଆର୍ଥିକ ଉନ୍ନତି ସହ ଶାରିରୀକ ସୁସ୍ଥତା ଦେଖାଦେବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ବ୍ୟବସାୟ ବଢାଇ ବାରେ ସମର୍ଥ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବାହ୍ୟଲୋକ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରି ପାରନ୍ତି। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ମାନସିକ ଶାନ୍ତି ମିଳିବାସହ କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ। ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ଭବିଷ୍ୟ ଯୋଜନାରେ ଲିପ୍ତ ରହିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ମାନସିକ ସୁସ୍ଥତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ମିତ୍ର ଓ ପ୍ରିୟଜନମାନଙ୍କ ଠାରୁ ସାହାଯ୍ୟପାଇ ଆନନ୍ଦିତ ହେବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଦ୍ଵନ୍ଦିତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଅଚାନକ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ମାନସିକ ବା ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ଓ ପ୍ରଶଂସା ପାଇବେ। ଇଛାଶକ୍ତିକୁ ପ୍ରବଳ କରି ଖରାପକୁ ଭଲରେ ଜିତିବାକୁ ହେବ। ଘର ବା କାର୍ଯ୍ୟଳୟ ବଦଳ କରିବା ପାଇଁ ଚିନ୍ତା କରି ପାରନ୍ତି। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସବୁଥିରେ ସଫଳତା ମିଳିବା ଯୋଗେ ମାନସିକ ଶାନ୍ତି ମିଳିବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। କର୍ମକ୍ଷେତ୍ରରେ ଯୋଗ୍ୟତାର ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!