ଦୈନିକ ରାଶିଫଳ: 23 ମଇ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭ ହେବାସହ ଧନମାନ ଦିଗରୁ ସୁରକ୍ଷିତ ରହିବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ଆୟ ଉପାର୍ଜନ ବୃଦ୍ଧି ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବାସହ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ବକେୟା ଅର୍ଥ କିଛି ମିଳିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କନ୍ୟା:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା କେତେକ ଜଟିଳ ସମସ୍ୟାର ସମାଧାନ କରି ଅନେକ କାର୍ଯ୍ୟ ସହଜ ସରଳରେ ହାସଲ କରିପାରିବେ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-ସମସ୍ତ ପ୍ରକାର ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ଓ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବୃଦ୍ଧି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ଆନନ୍ଦିତ ହେବେ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବାସହ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ । ନୂତନ ଯୋଜନାରେ ସଫଳତା ମିଳିବ ଓ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ସୁସମ୍ବାଦ ଶୁଣିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:- ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ଉତ୍ତମ ରୋଜଗାର ମିଳିବା ସହ ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ବାସସ୍ଥାନ ବା ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧୀୟ କେତେକ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଆକସ୍ମିକ ଅର୍ଥଲାଭହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ପ୍ରତିଷ୍ଠାର ଅଧିକାରୀ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରି ପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!