ଦୈନିକ ରାଶିଫଳ: 23 ସେପ୍ଟେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଉତ୍ତମ ରୋଜଗାର ମିଳିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥ ପ୍ରାପ୍ତି ହୋଇ ପାରେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଗୃହସ୍ଥ ଜୀବନ ସୁଖମୟ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ପାରିବାରିକ ଜୀବନରେ ଆର୍ଥିକ ଉନ୍ନତି ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ମୁଣ୍ଡବିନ୍ଧା ଯୋଗୁ କାମ ହୋଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ। ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାକ୍ଷାତକାରରେ ସଫଳତା ପାଇବା ପାଇଁ ଅଧିକ ସୁଯୋଗ ପାଇବେ। ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ ଓ ଉନ୍ନତି ହେବ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!