ଦୈନିକ ରାଶିଫଳ: 23 ସେପ୍ଟେମ୍ବର 2025, ମା ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇପାରେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ କଥାବାର୍ତ୍ତା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ସବୁସ୍ୱପ୍ନ ସାକାର ହେବ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କଠାରୁ ବିଶେଷ ଲାଭବାନ ହେବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପ୍ରେମ କ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ ପତିଆରା ଅମଳିନ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଆତ୍ମବିଶ୍ୱାସ ଫଳରେ ସମସ୍ତ କାର୍ଯ୍ୟ ସହଜ ସରଳରେ ସମାଧାନ ହୋଇଯିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଅସହାୟ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇ ପାରନ୍ତି। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଆପୋସ ସମାଧାନର ରାସ୍ତା ଖୋଲିଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଜାଗା, ଜମି, ଗୃହଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତ ଓ କ୍ରିଡା କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ପ୍ରେମିକ ପ୍ରେମିକାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ନିଜର କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବା ଫଳରେ ଆୟ ବଢାଇବା ପାଇଁ ଆପ୍ରାଣ ଚେଷ୍ଟା କରିବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

କୁମ୍ଭ:-ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ନୂତନ ସଂସ୍ଥାର ଆୟୋଜନ କରିବେ। ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଅଳ୍ପ ପରିଶ୍ରମରେ ବହୁତ ଲାଭହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ