ଦୈନିକ ରାଶିଫଳ: 24 ଅଗଷ୍ଟ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ଅତି ଉତ୍ତମ ଫଳ ପାଇବେ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ। ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ ଓ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ଅଚାନକ ଅର୍ଥ ପ୍ରାପ୍ତିହୋଇ ଆର୍ଥିକ ସମସ୍ୟା ଦୂରେଇ ଯିବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ପାରିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ବ୍ୟବସାୟରେ ସାମାନ୍ୟ ଲାଭ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ବିଚ୍ଛା:-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ସନ୍ତାନ ସୁଖରେ ସୁଖୀ ହେବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ନିଜଲୋକଙ୍କ ସହଯୋଗରେ ଅନେକ କାର୍ଯ୍ୟ ପୂରଣ କରି ପାରିବେ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ବିଦ୍ୟାର୍ଥି ମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ବେଖାତିର ଭାବ ଯୋଗୁ ଉଚ୍ଚାଧିକାରୀଙ୍କ କୋପ ବଢ଼ିବ। ନିଜ ଲୋକ ମନମୋଟିଆ ହୋଇ ପାରନ୍ତି। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଗୃହସ୍ଥ ଜୀବନ ସୁଖମୟ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଜାଗାଜମି ଗୃହସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସୂଚନା ମିଳିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ ଓ ହରାଇଥିବା ଧନ ପ୍ରାପ୍ତି ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!