ମେଷ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଆର୍ଥିକ ଅନାଟନ ଯୋଗୁଁ ଗୃହର ବାତାବରଣ ଅଶାନ୍ତ ରହି ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସମାଜର ବୁଦ୍ଧିଜୀବୀ ମାନଙ୍କ ମଧ୍ୟରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶୁଭକାମ କରି ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପଢାପଢିରେ ମାନସିକ ଶାନ୍ତି ମିଳିବ। ରାଜନୀତି ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ବୁଝି ବିଚାରୀ କରିବା ଉଚିତ୍। ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ଶୁଭକାମ କରି ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆଶାତୀତ ଲାଭହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିପାରନ୍ତି। ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ତୁଳା:-ସାମାଜିକ କଲ୍ୟାଣ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ। ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। କ୍ୟାରିୟର ସମ୍ବନ୍ଧରେ ନୂଆ ପ୍ରେରଣା ମିଳିବ। ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। କୌଣସି ଜରୁରୀ କାର୍ଯ୍ୟକୁ ମନଯୋଗ ଦେଇ ପୂର୍ଣ୍ଣକରିବେ। ବ୍ୟବସାୟିକ ଗତିବିଧି ଠିକ୍ ରହିବ। ପରିବାର ଜନଙ୍କ ସହ ହସଖୁସିରେ ସମୟ ବିତିବ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବାସହ ଆଶାଜନକ ଲାଭ ପ୍ରାପ୍ତିହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକସ୍ଥିତି ସୁଦୃଢ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ଧନୁ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ବନ୍ଧାକୋବି, ପୋଟଳ, ମୂଳା, କ୍ଷୀର, ଛେନା ପ୍ରଭୃତି ଚର୍ବି ଓ ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ଦୁଃଖୀ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ବାହନ ଆଦି କ୍ରୟ କରିପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
