ଦୈନିକ ରାଶିଫଳ: 24 ଏପ୍ରିଲ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ବିଦ୍ୟାସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ସମୟ ବିତେଇଲେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଅନେକ ଦିଗରୁ ଖୁସି ମିଳିବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ସୁଧାର ଆସିବ। ରାଜନେତା ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ପ୍ରଶଂସିତ ହେବେ। ବ୍ୟବସାୟରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବା ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହୋଇ ପାରେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଫଳରେ ଆୟ ଅପେକ୍ଷା ବ୍ୟୟ ଅଧିକ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ସାମାଜିକ କାମରେ ପ୍ରଶଂସା ମିଳିବ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ଅନେକ ସମୟ ମନୋରଞ୍ଜନ ଓ ହସ ଖୁସିରେ ବ୍ୟତୀତ ହେବ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ରାଜକୀୟ ମାମଲାରେ ସଫଳତା ମିଳିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ପରିଶ୍ରମ ଓ ମେହନତର ପରିଣାମ ମିଳିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ। ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଲୋକପ୍ରିୟତା ହାସଲ କରି ପାରିବେ। ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହୋଇ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ମିଳିବ। ସରକାରୀ କାମରେ ସଫଳତା ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ବ୍ୟବସାୟ ସଂସ୍ଥାନ, ଶିଳ୍ପପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ। କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିବ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!