ମେଷ:-ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ।ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯାଇ ପାରେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ସହ ଖ୍ୟାତି ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଯୋଗପ୍ରଦ ସମୟ ଯୋଗେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ, ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବା ଫଳରେ ବ୍ୟବସାୟରେ ଆଶା କରୁଥିବା କାମଟି ସହଜ ସୁବିଧାରେ ହୋଇଯିବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ। କର୍ମକ୍ଷେତ୍ରରେ ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବା ଯୋଗେ ଦୁଶ୍ଚିନ୍ତା ଦୂର ହେବ। କିଛି ନୂତନ କର୍ମ ଆରମ୍ଭ କରି ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ କର୍ମ କ୍ଷେତ୍ରରେ ସୁଧାର ଆସି ମାନସିକ ଦୁଶ୍ଚିନ୍ତା ବା ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଅଧିକ ପରିଶ୍ରମ କରି କିଛି ଅର୍ଥ ଲାଭ କରିବେ, କିନ୍ତୁ ଅଯଥାରେ ଖର୍ଚ୍ଚକରି ବାକୁ ପଡିପାରେ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବା ଫଳରେ ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମକ୍ଷେତ୍ରରେ ଲୋକଙ୍କୁ ନିଜର କରି ପାରିବେ। ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହୋଇ ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ କରି ପାରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। କର୍ମକ୍ଷେତ୍ରରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ସମସ୍ୟା ସମାଧାନ ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-କର୍ମକ୍ଷେତ୍ରରେ କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବନ୍ଧୁଙ୍କ ସାହାଯ୍ୟ ପାଇ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଉତ୍ତମ ରୋଜଗାର କରିପାରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ, ସେୟାରବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।