ଦୈନିକ ରାଶିଫଳ: 25 ଏପ୍ରିଲ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସମାଜ ସେବାରେ ପ୍ରଶଂସିତ ହେବେ। ସନ୍ତାନ ସୁଖ ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଅୟସ, ଆରାମ, ଆମୋଦ ପ୍ରମୋଦରେ ଆଗ୍ରହ ବଢିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଅଧସ୍ତନକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଗୃହରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ଅକସ୍ମାତ ଧନଲାଭ ହେବ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବା ସହ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ପରିବାରରେ ଆନନ୍ଦର ଲହରୀ ଖେଳି ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଅଜବ ଚିନ୍ତାଧାରା ଆପଣଙ୍କ ମନରେ ଜନ୍ମ ନେଇପାରେ।ଅନେକ କାର୍ଯ୍ୟରେ ବ୍ୟସ୍ତ ରହିବା ସତ୍ତ୍ୱେ ଆପଣ ପରିବାରକୁ ପ୍ରାଧାନ୍ୟଦେବେ। ଆପଣ ନୂତନ ପୋଷାକ ଏବଂ ଅଳଙ୍କାର କିଣିବାକୁ ଚିନ୍ତା କରିପାରନ୍ତି। ନିଜର କ୍ରୋଧକୁ ନିୟନ୍ତ୍ରଣ କରନ୍ତୁ। ଭ୍ରମଣ କରିବା ଅତ୍ୟନ୍ତ ଯନ୍ତ୍ରଣାଦାୟକ ହୋଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆର୍ଥିକ ଦିଗରୁ ଉନ୍ନତି ହେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପାରିବାରିକ ସମସ୍ୟାକୁ ସୁଧାରୀ ନେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବିଦ୍ୟୁତବିଭାଗ, ପ୍ରଶାସନବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ଆୟୁର୍ବେଦବିଭାଗ, ଜଳଦାୟବିଭାଗ, ସମାଜସୁଧାରକ, ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟମିଡିଆ ବିଭାଗରେ କର୍ମରତଥିଲେ ବିଶେଷ ଲାଭବାନ ହେବେ। ସହକର୍ମୀ ଓ ବିଭାଗୀୟ ଅଧିକାରୀମାନଙ୍କ ସହ ସମ୍ବନ୍ଧରେ ଘନିଷ୍ଠତା ସୃଷ୍ଟିହେବ। ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମକର:-ଆକସ୍ମିକ ଧନପ୍ରାପ୍ତି ହେବ। ଆୟପନ୍ଥାର ପରିବର୍ତ୍ତନ ଆସିବ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ଆପୋଷ ସମାଧାନ ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପୁରାତନ ରୋଗରୁ ମୁକ୍ତି ପାଇବା ସହ ଆୟରସ୍ରୋତ ବୃଦ୍ଧିହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ କାର୍ଯ୍ୟ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ସ୍ୱାସ୍ଥ୍ୟ ହାନୀ ହେବାର ସମ୍ଭାବନା ଅଧିକ। କର୍ମକ୍ଷେତ୍ରରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସିତ ହେବ। ବ୍ୟବସାୟରେ ନୂତନ ପରୀକ୍ଷଣ କରିବା ଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!