ମେଷ:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହୋଇ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପାଇବେ। ଆକସ୍ମିକ ଧନ ଲାଭ ହେବ ଓ ପାରିବାରିକ ସୁଖ ଶାନ୍ତି ମିଳିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ୟା ସମାଧାନର ବାଟ ମିଳିବ ଓ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ବ୍ୟବସାୟୀକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ବୃଷ:-ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବା ସହ ବକେୟା ଅର୍ଥ କିଛି ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧିହେବ।ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ହେବା ସହ ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ ପ୍ରତିକାର- ଧଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ମିଥୁନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଲକ୍ଷ ପ୍ରାପ୍ତି ପାଇଁ ପୂର୍ଣ୍ଣ ରୂପରେ ସମର୍ପିତ ରହିବେ। ନିଜର କଷ୍ଟ ଓ ପରିଶ୍ରମର ଫଳ ବା ପୁରସ୍କାର ମିଳିବ। ଦୌଡ-ଧୂପରେ ସୁଖ ଅନୁଭବ କରିବେ। ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖା ଦେବ। କିନ୍ତୁ ପାଖ ପଡ଼ୋଶୀ ମାନେ କଟୁବଚନ ଶୁଣେଇ ପାରନ୍ତି। ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ନିଜର ନିଷ୍ପତ୍ତି ନେବା କ୍ଷମତା ବୃଦ୍ଧି ପାଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଫଳ ପାଇବେ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ପ୍ରଶଂସା ଲାଭ କରିବେ। ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ଦୂର ସ୍ଥାନକୁ ଯାତ୍ରା କରିବେ।ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ। ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ସହକର୍ମୀ ଓ ଅଧିନସ୍ଥ କର୍ମଚାରୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶତୃମାନେ ଦୂରେଇ ଯିବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପୂର୍ବରୁ ଅଟକିଥିବା କାର୍ଯ୍ୟରେ ଶୁଭ ପରିଣାମ ପ୍ରତିଫଳନ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ଲାଭ ହେବା ଫଳରେ କଷ୍ଟ ଓ ପରିଶ୍ରମର ଲାଭ ମିଳିବ। ନିଜର ଜରୁରୀ କାମ କରିବା ପାଇଁ ପ୍ରୟାସରତ ରହିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରି ପାରନ୍ତି। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ଧନୁ:-ଶତ୍ରୁ, ରୋଗ, ଋଣ କବଳରୁ ମୁକ୍ତି ପାଇବାର ରାସ୍ତା ଦେଖାଦେବ। ବ୍ୟବସାୟରେ ବୃଦ୍ଧିହେବା ଫଳରେ ଆଶାତୀତ ଲାଭ ପାଇବା ସହ ଉତ୍ତମ ରୋଜଗାରର ସୁବିଧା ପାଇବେ। ନୂତନ ବ୍ୟବସାୟର ଶୁଭାରମ୍ଭ କରିହେବ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟ ଭଲ ରହିବା ସହ ବକେୟା ଅର୍ଥ ପ୍ରାପ୍ତି ହୋଇ ଆର୍ଥିକ ଅଭିବୃଦ୍ଧି ଘଟିବ। ଦାମ୍ପତ୍ୟ ସମସ୍ୟା ସମାଧାନ ହୋଇ ସୁଖଶାନ୍ତି ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମକର:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ଚାକିରୀ ଓ କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ:-କର୍ମକ୍ଷେତ୍ରରେ କର୍ମାନୁଯାୟୀ ଅପେକ୍ଷାକୃତ ଫଳପ୍ରାପ୍ତି ହେତୁ ସୁସ୍ଥ ବାତାବାରଣ ପାଇବେ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସ୍ଥାନ ସ୍ଥିତି ଅଟଳ ରଖି ପାରିବେ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-କର୍ମଚାରୀ ଓ ଶ୍ରମିକମାନେ ଉପର ମହଲରୁ ଆଶାତୀତ ଉପକୃତ ହେବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।