ଦୈନିକ ରାଶିଫଳ: 25 ନଭେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଘାବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅଚାନକ ଭାବରେ ଗୁପ୍ତ ସାଧନରେ ଟଙ୍କା ମିଳିପାରେ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। କୌଣସି ଇଲୋକଟ୍ରନିକସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରନ୍ତି। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପୈତୃକ ସମ୍ପତ୍ତି ମାମଲାରେ ବିଜୟଶ୍ରୀ ମିଳିବ। ପ୍ରତିଯୋଗିତାରେ କୌଣସି ଅଚିହ୍ନା ବ୍ୟକ୍ତିଙ୍କ ଠାରୁ ସାହାଯ୍ୟ ଲୋଡି ପାରନ୍ତି। କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ ହେବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା ନ କରିଲେ ବହୁତ କ୍ଷତିରେ ପଡିବେ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-କୌଣସି ମହତ୍ଵପୂର୍ଣ୍ଣ ସୂଚନା ପାଇବେ। ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ମଧ୍ୟସ୍ଥତା ସମ୍ବନ୍ଧିୟ କାମରେ କମିଶନ୍ ମିଳିପାରେ। ପାରିବାରିକ କ୍ଷେତ୍ରରେ ମଧୁରତା ଆସିବ। କାହାକୁ ଦେଇଥିବା ଟଙ୍କା ମିଳିଯିବ। ଧର୍ମ, କର୍ମ, ପୂଜା, ପାଠ, ଯୋଗ ଓ ଜ୍ୟୋତିଷଙ୍କ ପ୍ରତି ରୁଚି ବଢିବ ଓ ଏହା ସମ୍ବନ୍ଧିତ ସାହିତ୍ୟକୁ ମଧ୍ୟ ପଢିବେ। ନୂଆନୂଆ ଉପାୟ ଓ ବିକଳ୍ପକୁ ଖୋଜିବେ। ରାଜନୀତି କ୍ଷେତ୍ରରେ ପ୍ରଶଂସା ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ଅନୁସନ୍ଧାନ, ଖୋଜିବା, ଶୋଧ ପାଇଁ ସମୟ ଉପଯୁକ୍ତ ଅଟେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପରିବାର ହିତପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ହରାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶତ୍ରୁମାନେ ମଥାନତ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ବ୍ୟବସାୟ କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଖୁସି ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଦକ୍ଷତାକୁ କେନ୍ଦ୍ରକରି ବହୁତ ଲାଭ ଉଠାଇ ପାରିବେ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର ଆଦିରେ ପ୍ରଶଂସା ମିଳିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!