ଦୈନିକ ରାଶିଫଳ: 25 ମଇ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କେହି କୌଣସି କ୍ଷତି କରି ପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଶରିର ସୁସ୍ଥ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସରେ କେତେକ କ୍ଷେତ୍ରରେ ଲାଭବାନ୍ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ଅଚାନକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ସାମାଜିକ କାର୍ଯ୍ୟରେ ବାଧାପ୍ରାପ୍ତ ହୋଇପାରେ। ସନ୍ତାନଙ୍କ ଯୋଗେ ମାନସିକ ଚିନ୍ତା ଦେଖାଦେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କେତେକ ସୂତ୍ରରୁ କିଛି ଧନ ପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ବାଣିଜ୍ୟରେ ସୁଫଳ ପ୍ରାପ୍ତିହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତିସହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସନ୍ତାନର ଉଚ୍ଚଶିକ୍ଷା ପାଇଁ ଦୂରଯାତ୍ରା କରିବାକୁ ପଡ଼ିବ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ଉନ୍ନତି ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବାସହ କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ରୋଜଗାର ସମସ୍ୟା ସୁଧୁରି ଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇବେ ଓ ଉଚିତ୍ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରି ଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ପ୍ରଚୁର ଲାଭ କରି ପାରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ହେବାସହ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ଅଧ୍ୟୟନ ରେ ମନ ନିବେଶ କରି ପ୍ରଶଂସା ପାଇବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!