ଦୈନିକ ରାଶିଫଳ: 26 ଅକ୍ଟୋବର 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମଜୀବୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇ ପାରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ଫଳ ପାଇବେ। ପାରିବାରିକସ୍ଥିତି ସାମାନ୍ୟ ବଦଳିବ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ। ନକାରାତ୍ମକ ପରିସ୍ଥିତିକୁ ଆତ୍ମବିଶ୍ୱାସ ଦ୍ଵାରା ସକାରାତ୍ମକ ପରିସ୍ଥିତିରେ ପରିଣତ କରି ପାରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ।ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। ପରିବାରରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବା ଫଳରେ ଶାନ୍ତିପାଇବେ। ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ସହକର୍ମୀଙ୍କ ସହ ବାଦବିବାଦ ସୃଷ୍ଟି ହୋଇପାରେ କିନ୍ତୁ ସମାଧାନ ହୋଇଯିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ ଆନନ୍ଦିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ନୂତନ କାର୍ଯ୍ୟରେ ଉନ୍ନତି ହେବ। ନୂତନ ସମ୍ପତ୍ତି କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢିବ। ନୂତନ ବ୍ୟବସାୟରେ ପୁଞ୍ଜି ନିବେଶ କରିବାର ସୁଯୋଗ ପାଇବେ। ମାନସମ୍ମାନ, ଯଶ, କୀର୍ତ୍ତି, ପ୍ରତିଷ୍ଠା, ପ୍ରତିପତିରେ ଉନ୍ନତି ହେବ। ପ୍ରତିକାର:- ନୀଳ ରଙ୍ଗର ରୁମାଲ୍ ପାଖରେ ରଖନ୍ତୁ।

ମୀନ:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ମାନସିକ ଚିନ୍ତା ଦୂରହେବ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମାଲିମୋକଦ୍ଦମାର ସହଜ ସମାଧାନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!