ମେଷ:-କେତେକ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଅଶାନ୍ତିର ଝଡ ଶାନ୍ତ ହେବ ଓ ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ। ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଶିକ୍ଷା କ୍ଷେତ୍ରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ସଂଘର୍ଷ ଦେଇ ଗତି କରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ଶୁଭ କାର୍ଯ୍ୟରେ ଯୋଗ ଦେବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ଆତ୍ମବିଶ୍ୱାସ ବୃଦ୍ଧିପାଇବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଆର୍ଥିକସ୍ଥିତିରେ ଉନ୍ନତି ହେବ। କର୍ମରେ ଉନ୍ନତି ସହିତ ଓ ଶୁଭଫଳ ପ୍ରାପ୍ତି ହେବ। ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ତୁଳା:-ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଉଚ୍ଚଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇ ପାରନ୍ତି। ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ସ୍ୱାସ୍ଥ୍ୟ ହାନୀ ହୋଇପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମାଧାନ ହୋଇ ଯିବ। ଛାତ୍ରଛାତ୍ରୀମାନେ ପରିଶ୍ରମର ମୂଲ୍ୟ ନିଶ୍ଚୟ ପାଇବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ସାକ୍ଷାତ୍କାରରେ ସଫଳ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ଋଣ ଭରଣାରେ ସହଜ ହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ମୀନ:-ଶୁଭ ସମାଚାର ପାଇ ମନ ଖୁସି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
