ଦୈନିକ ରାଶିଫଳ: 26 ଏପ୍ରିଲ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ, ପାରିବାରିକ ଏବଂ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଅର୍ଥଲାଭ ହେବ ଓ ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଗୃହୋପକରଣ କ୍ରୟ କରିବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ଶରୀରର ରୋଗ ପ୍ରତିରୋଧକ ଶକ୍ତି ଶକ୍ତିଶାଳୀ ହେବ। ରିଅଲ୍ ଇଷ୍ଟେଟ୍ ସହିତ ଜଡିତ ବ୍ୟବସାୟରେ ବିପୁଳ ଆର୍ଥିକ ଲାଭ ହୋଇ ପାରେ। ଚାକିରିରେ ଆପଣ ଏକ ସମ୍ମାନଜନକ ପଦ ପାଇପାରିବେ। ଉଚ୍ଚଶିକ୍ଷାରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପ୍ରତି ଆଗ୍ରହ ବୃଦ୍ଧି ପାଇବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସହକର୍ମୀମାନେ କାର୍ଯ୍ୟକ୍ଷେତ୍ରରେ ପୂର୍ଣ୍ଣ ମାତ୍ରାରେ ସହଯୋଗ କରି ପଡିରହିଥିବା କାର୍ଯ୍ୟକୁ ଆଗେଇ ନେବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବାସହ କୌଣସି ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆର୍ଥିକ ସମ୍ବନ୍ଧୀୟ ଅସୁବିଧା ଦୂର ହେବ। ଋଣ ଏବଂ ସମ୍ପତ୍ତି ସମ୍ବନ୍ଧୀୟ ପ୍ରସଙ୍ଗରେ ଲାଭ ପାଇବାର ସମ୍ଭାବନା ଅଛି। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ବିବାଦୀୟ ବିଷୟ ଗୁଡ଼ିକର ନିଷ୍ପତ୍ତି ହଠାତ୍ ଆପଣଙ୍କ ସପକ୍ଷରେ ଆସିପାରେ। ପରିବାର ସଦସ୍ୟଙ୍କ ସହିତ ଭଲରେ ସମୟ ଅତିବାହିତ କରିବେ। ସାଙ୍ଗମାନଙ୍କଠାରୁ ଭଲ ଖବର ପାଇବାର ସମ୍ଭାବନା ଅଛି। ବିରୋଧୀମାନେ ଆପଣଙ୍କର ବନ୍ଧୁ ପରି ଦେଖା ଯିବେ। ବ୍ୟବସାୟରେ ଅଂଶୀଦାର ମାନଙ୍କ ସହିତ ସୁ ସମ୍ପର୍କ ଫଳରେ ଭଲଲାଭ ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ରାଜନୀତିରେ ସକ୍ରିୟତା ବୃଦ୍ଧି ପାଇବାଦ୍ୱାରା ନିଆଯାଇଥିବା ନିଷ୍ପତ୍ତିଗୁଡ଼ିକ ସଠିକ୍ ପ୍ରମାଣିତ ହେବ। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। କ୍ୟାରିୟରର ସମସ୍ୟା ସମାଧାନ ହେବା ଫଳରେ ମନ ବହୁତ ଖୁସି ରହିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶରୀର ସୁସ୍ଥ ରହିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ବିରୋଧୀମାନେ ଦୁର୍ବଳ ହୋଇ ଯିବା ଫଳରେ ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବନ୍ଧୁ ମିତ୍ରଙ୍କ ସହଯୋଗ ମିଳିବ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ମିତ୍ରଙ୍କର ସହଯୋଗରେ ସ୍ଥିତି ସମ୍ଭାଳି ନେବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନମାନେ ଉନ୍ନତି କରିବା ସହ ଆଶା କରୁଥିବା ଫଳ ପାଇ ପାରିବେ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ ବିଦ୍ୟାରେ ସଫଳ ହେବେ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ନୂତନ କର୍ମପାଇଁ ଯୋଗାଯୋଗ କଲେ ସଫଳତା ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!