ଦୈନିକ ରାଶିଫଳ: 26 ଜୁନ 2025, ମା ଲକ୍ଷ୍ମୀଙ୍କ କୃପାରୁ ଆଜି 3 ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅଧ୍ୟୟନ ଅଧ୍ୟାପନା ଅନୁସନ୍ଧାନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବା ଫଳରେ ପଦପଦବୀ ଲାଭ ହୋଇ ପାରେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ଆର୍ଥିକ ସ୍ଥିତି ଭଲ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ତିକ୍ତତା ଦୂରହେବ। ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ। ସାମାଜିକ କାର୍ଯ୍ୟରେ ଉତ୍ସାହ ବଢିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ୍ସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରି ପାରନ୍ତି। ପ୍ରେମ ପ୍ରସଙ୍ଗରେ ଆନନ୍ଦ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇ ପାରେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକସ୍ଥିତି ସୁଧୁରିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରେମୀକ ପ୍ରେମିକାଙ୍କର ବସ୍ତ୍ରଭୂଷଣ ଆଦି ଲାଭହେବ। ଭୋଗବିଳାସକୁ ତୁଛମଣି ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଆଶା ମୁତାବକ ଫଳ ପାଇବେ। ପରୋପକାର ବା ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହେବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପରିବାର ତଥା କୁଟୁମ୍ବରେ କୌଣସି କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଉତ୍ସାହ ବଢିବ। ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ଶାରିରୀକ ଅସୁସ୍ଥତା ଦୂରହେବ। ଛାତ୍ର ଛାତ୍ରୀମାନଙ୍କର ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ଶୁଭ ସମାଚାର ପାଇ କଷ୍ଟ ଦୂର ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ଆୟର ସ୍ରୋତ ବୃଦ୍ଧି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ୍ୟା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!